ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତିରିଆ): ସବଡେଗା ବ୍ଲକ ପରିସର ଠାରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଆଦିର ଶୁଣାଣି କରିଥିଲେ। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ ୧୨୩ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୫୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୭୩ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ସବୁ ମଧ୍ୟରୁ ୨୦ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ଯେଉଁଥିରେ କି ୫ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ଏବଂ ୨ ଗୋଟି ରେଡକ୍ରୋସରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା । ଏହି ଅଭିଯୋଗ ଶୁଣାଣି ରେ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ମାଝୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦୁଃଖବନ୍ଧୁ ନାୟକ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ସବଡେଗା ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।