ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଶୁଣାଣି ଶିବିର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସୁଜିତ କୁମାର ନାୟକ ଉପସ୍ଥିତ ରହି ସମୁଦାୟ ୯୮ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ତ୍ୱରିତ ଭାବେ ୮ଟି ଅଭିଯୋଗର ଫଇସଲା ହୋଇଥିଲା । ଏଥି ସହିତ ଦୁଇଜଣକୁ ୧୭ହଜାର ଟଙ୍କା ରେଡକ୍ରସ ପାଣ୍ଠିରୁ ଟଙ୍କା ପ୍ରଦାନ ସହ ଛଅ ଜଣଙ୍କୁ ବିଧବା, ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା । ଅତରିକ୍ତ ଉପଜିଲ୍ଲାପାଳ ବିଶ୍ଵରଂଜନ କର, ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡ଼.ସୀତାଂଶୁ ଶେଖର ଶତପଥୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପି.ପଦ୍ମା, ବିଡ଼ିଓ ମନ୍ମଥ କୁମାର ନାୟକ, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀଙ୍କ ସମେତ ପ୍ରତ୍ୟେକ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।