ଗୁମ୍ମା(ନୀରୋଜ କୁମାର ଷଡ଼ଙ୍ଗୀ): ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗୁମ୍ମା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁମ୍ମା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିତମଣି ରଇତ ଅଧ୍ୟକ୍ଷତା କରିଥିଲେ । ପଞ୍ଚାୟତ ନିର୍ବାହୀ ଅଧିକାରୀ ଉର୍ବଶୀ ପାଣି ପଞ୍ଚାୟତ ପକ୍ଷରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ । ବିଶେଷ କରି ଶିଶୁ ଅନୁକୂଳ, ମହିଳା ଅନୁକୂଳ ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ଯୋଗାଣ, ପରିମଳ ବ୍ୟବସ୍ଥା ଉପରେ ଆଲୋଚନା କରି ଆଦର୍ଶ ଗ୍ରାମ ପଞ୍ଚାୟତ ଗଠନ କରିବା ପାଇଁ ଆଲୋଚନା କରାଯାଇଥିଲା । ଗ୍ରାମ ପଞ୍ଚାୟତର ସମସ୍ତ ୱାର୍ଡ ମେମ୍ବରମାନେ ଯୋଗ ଦେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଗୁମ୍ମା ଗ୍ରାମର ମହଳନ ଲିମା, ବିନୋଦିନୀ ବେବର୍ତ୍ତା, ଐଶର୍ଯ୍ୟ ପାଣି ଫିରୋଜ ପାଣି, ରାଜା ଲିମା ପ୍ରମୁଖ ଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥା ଠିକ୍ ନଥିବା ଅଭିଯୋଗ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନାଏବ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ବର୍ଦ୍ଧନ ଓ ଯୋଗାଣ ସହାୟିକା ସସ୍ମିତା ଗୌଡ଼ ଉପସ୍ଥିତ ଥିଲେ ।