ଭବାନୀପାଟଣା(ତୁଳମଣି ନାଗ): ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ, ଧର୍ମଗଡ ଧିମନ ଚକମା, ସିଡିଓ, ଜିଲ୍ଲା ପରିଷଦ ଦୟାମୟ ପାଢ଼ିଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୧୯୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୪୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୭ଟି ଅଭିଯୋଗର ସମାଧାନ ତୁରନ୍ତ କରଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୯ଜଣଙ୍କୁ ସହାୟତା ପ୍ରଦାନ ମଞ୍ଜୁର କରାଯାଇଥିଲା ।