ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…..

ପାରଳାଖେମୁଣ୍ଡି(ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଆଜି ମଙ୍ଗଳବାର ଦିନ ଦଶଟା ବେଳେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି  । ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀବରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମେତ ଖରଡ଼ା, ରାଣୀପେଣ୍ଠ ଓ ସିଦ୍ଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୭୩ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦୩ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୬୮ ଗୋଟି  ଆସିଥିବା ବେଳେ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମିପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦମ୍ବୁରୁଧର ମଲ୍ଲିକ, ତହସିଲଦାର ଶ୍ରୀ ଅଶୋକ କୁମାର ପ୍ରଧାନ ପ୍ରମୁଖ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।