ନୂଆପଡା(ବିରବଲ ପ୍ରଧାନ): ବୋଡେ଼ନ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଏବଂ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ, ଏସପି ଓ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ଅଭିଯୋଗ ସବୁର ସମାଧାନ କରିଥିଲେ । ଆଜିର ମୋଟ 49 ଗୋଟି ଅଭିଯୋଗ ମଧ୍ୟରୁ 43 ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ 6 ଗୋଟି ଗୋଷ୍ଠୀଗତ ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି । ଏହିସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସହିତ ଡିଏଫଓ ଅଜିଜ ଖାନ, ଅତିରିକ୍ତ ଜିଲାପାଳ ସୁବାଷ ଚନ୍ଦ୍ର ରଇତା, ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ସିଡିଏମଓ ଡ଼ଃ ଧରଣୀଧର ସେନାପତି ଶୁଣାଣିରେ ଭାଗ ନେଇଥିଲେ l ବୋଡେ଼ନ ବିଡ଼ିଓ ପ୍ରିୟରଞ୍ଜନ କୁମାର, ତହସିଲଦାର ସରିତା ଗୁପ୍ତା ସହଯୋଗ କରିଥିଲେ l ଜିଲ୍ଳା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଳା ସମାଜ ମଙ୍ଗଳ ଅଧିକାରିଣୀ ସଂଗୀତା ପାତ୍ର, ଜିଲ୍ଳା ମଙ୍ଗଳ ଅଧିକାରୀ ଦିପ୍ତିମନ୍ତ ଭୋଇ, ଜିଲ୍ଳା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ,ଏଲଡିଏମ ସୀତାରାମ ମେହେର, ଜିଲ୍ଳା ମୁଖ୍ୟ କୃଷି ଅଧିକାରୀ ବାବୁଲି ଚରଣ ସେଠି, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ହୃଷିକେଶ ଚାନ୍ଦ ହାଁସଦା, ଜିଲ୍ଲା ଶିକ୍ଷା ଅଧିକାରୀ କରୁଣାକର ଭୁଏ, ଜିଲ୍ଳା ପ୍ଳାନିଙ୍ଗ ଅଧିକାରୀ ଅଙ୍କିତ ମହାକୁର, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଇଞ୍ଜିନିୟର, ବିଦ୍ୟୁତ ବିଭାଗ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲାପାଳ ପ୍ରକାଶ କରିଥିଲେ ଯେ ଭବିଷ୍ୟତରେ ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଆହୁରି ଲୋକାଭିମୁଖୀ କରି ପ୍ରଶାସନ ଲୋକମାନଙ୍କ ଦ୍ୱାରରେ ପହଞ୍ଚିବ l ଏହା ସହିତ ଜିଲ୍ଲାର ମୁଖ୍ୟ ସମସ୍ୟା ପ୍ରବାସୀ ଶ୍ରମିକ ସମସ୍ୟାର ଆଶୁ ସମାଧାନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l ଶିବିର ପରେ ବୋଡେ଼ନ ବ୍ଳକର ସାମ୍ବାଦିକମାନେ ଜିଲ୍ଲାପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ l