ଧରାକୋଟ(ସୁନୀଲ କୁମାର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକର ଓଳମ୍ବା ସ୍ଥିତ ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଶିଶିର ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଶିକ୍ଷକ ରାଜେନ୍ଦ୍ର ପାଣିଗ୍ରାହୀ, କୋରା ପ୍ରସାଦ ମହାକୁଡ଼, ମନୋଜ କୁମାର ବିଶୋଇ ପ୍ରମୁଖ ଉପସ୍ଥିତ ରହି ରାଷ୍ଟ୍ର ଭାଷାର ପ୍ରଚାର, ପ୍ରସାର ସହ ଏହାର ଗୁରୁତ୍ଵ ଉପରେ ଆଲୋଚନା କରିଥିଲେ । ହିନ୍ଦୀ ଶିକ୍ଷକ ନିଶାକର ପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ସେଥି ମଧ୍ୟରୁ ଉତ୍ତୀର୍ଣ୍ଣ ହୋଇଥିବା ତିନି ଜଣଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।