ସାରା ରାଜ୍ୟରେ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ ଦୋକାନ ବଜାର:ଭୁବନେଶ୍ୱର, କଟକ ଓ ପୁରୀରେ ଲାଗିଲା ବ୍ରେକ୍…‌

ଅନୁସନ୍ଧାନ ଭାରତ(ବ୍ୟୁର): ଧିରେ ଧିରେ ଅନଲକ ଆଡ଼କୁ ଗତି କରୁଛି ଓଡ଼ିଶା I ଏଥିପାଇଁ ସାରା ରାଜ୍ୟରେ ଦୋକାନବଜାର ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ I ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ ହେବ I ତେବେ କେବଳ ଭୁବନେଶ୍ୱର, କଟକ, ପୁରୀରେ ପୂର୍ବ ଭଳି ସପ୍ତାହାନ୍ତ ସଟଡାଉନ ଜାରି ରହିବ I
ଏନେଇ ଅଗଷ୍ଟ ଗାଇଡଲାଇନ୍ ସଂପର୍କରେ SRC ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ,ଅଆମ ରାଜ୍ୟରେ ୨୭ ଜିଲ୍ଲାରେ ସଂକ୍ରମଣ ହାର ନଗଣ୍ୟ ଅଛି। କଟକ, ଖୋର୍ଦ୍ଧା, ପୁରୀରେ ଟିକେ ଅଧିକ କେସ୍ ରହିଛି। ହେଲେ ଉଦବେଗଜନକ ନୁହେଁ। ଜୀବନ-ଜୀବିକା ସମନ୍ୱୟ ପାଇଁ ଧିରେ ଧିରେ ଅନଲକ୍ ହେଉଛି। ରାଜ୍ୟରେ ଦେଢ଼ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଗଲାଣି। ରାଜ୍ୟରେ ସଂକ୍ରମଣ ଅନେକାଂଶରେ ନିୟନ୍ତ୍ରଣକୁ ଆସିଥିବା SRC କହିଛନ୍ତି I ଅଗଷ୍ଟ ଗାଇଡଲାଇନ୍ ନେଇ SRC କହିଛନ୍ତି ଯେ, ପ୍ରତି ଦିନ ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ ହେବ I ଭୁବନେଶ୍ୱର, କଟକ, ପୁରୀରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ I ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା I ରେଷ୍ଟୁରାଣ୍ଟ, ବାର୍ ୫୦% କ୍ଷମତାକୁ ନେଇ ଖୋଲି ପାରିବ I ସିନେମା ହଲ୍ ୫୦% ଦର୍ଶକ କ୍ଷମତାକୁ ନେଇ ଖୋଲିପାରିବ I
ହଲ୍, ମଲ୍ ଯାଉଥିବା ପ୍ରାପ୍ତବୟସ୍କ ଲୋକଙ୍କ ଟିକା ସାର୍ଟିଫିକେଟ ଜରୁରୀ I ସମସ୍ତ ଧାର୍ମିକ, ରାଜନୈତିକ, ସାମାଜିକ ସମାବେଶ ମନା I ପ୍ରଦର୍ଶନୀ, ବାଣିଜ୍ୟକ ମେଳା ମହୋତ୍ସବ ମଧ୍ୟ ବାରଣ କରାଯାଇଛି I ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ I ଗାଇଡଲାଇନ ମାନିବେ ପର୍ଯ୍ୟଟକ I ସମସ୍ତ ମଲ୍ ଖୋଲିବ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର I ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ମଲ୍ I