ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବଚ୍ଛତାହିଁ ସେବା ପକ୍ଷପାଳନ ଏବଂ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ…
ନୂଆପଡା(ବିରବଲ ପ୍ରଧାନ): ନୂଆପଡ଼ା ଜିଲ୍ଲା ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବଚ୍ଛତା ହିଁ ସେବା ପକ୍ଷପାଳନଏବଂ ଏହି ଉପଲକ୍ଷେ ବରିଷ୍ଠ ନାଗରିକଙ୍କ ଏକ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇ ଯାଇଅଛି । ମୁଖ୍ୟ ଅତିଥି ରୂପେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ଯୋଗ ଦେଇ ସ୍ବଚ୍ଛତାକୁ ସେବା ଏବଂ ବ୍ରତ ରୂପେ ଗ୍ରହଣ କରି ସମାଜରେ ସଚେତନତା ଏବଂ ଜାଗରଣ ସୃଷ୍ଟି କରିବା ପାଇଁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ଵଚ୍ଛତା ରକ୍ଷାର ଶପଥ ପାଠ କରାଇଥିଲେ । ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣାରେ ଔଷଧ ବଣ୍ଟନ କରାଯାଇଥିଲା । ବିଶେଷ ରୂପେ ଉଚ୍ଚ ରକ୍ତଚାପ, ମଧୁମେୟ, ପରୀକ୍ଷା କରି ଡ଼ାକ୍ତରମାନେ ଆବଶ୍ୟକ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଧରଣୀ ଧର ସେନାପତି, ଖଡିଆଳ ନଗର ଅଧ୍ୟକ୍ଷ ଉଜ୍ଜଳ ଗୁପ୍ତା, ଖଡିଆଳ ବିଡ଼ିଓ ନରସିଂହ ଗଡବା, ନିର୍ବାହୀ ଅଧିକାରୀ ସ୍ବାଧୀନ ଚେତନ ମହାରଣା ପ୍ରମୁଖ ଯୋଗ ଦେଇ ଶପଥ ପାଠ କରିଛନ୍ତି ।