ପୁରୀ(ମାନସ କୁମାର ଦାସ): ଆଜିଠାରୁ ଶ୍ରୀମନ୍ଦିରରେ ଷୋଳ ପୂଜା । ମୂଳାଷ୍ଟମୀ ଅବସରରେ ସହସ୍ରା କୁମ୍ଭାଭିଷେକ ପରେ ନିଦ୍ରାରୁ ଜାଗ୍ରତ କରାଯାଇ ମାଆଙ୍କର ଘଟ ସ୍ଥାପନ ସହ ଆବାହନ କରାଯାଇଛି । ଏଥିପାଇଁ ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ୨୧ଜଣ ବ୍ରାହ୍ମଣଙ୍କୁ ଆଚାର୍ଯ୍ୟ ବରଣ କରି ଦେବୀ ପୀଠମାନଙ୍କରେ ଷେଡଶ ଦିନାତ୍ମକ ପୂଜା ପାଇଁ ଆମନ୍ତ୍ରଣ କରିଛନ୍ତି । ଶାରଦୀୟ ପୂଜା ଅବସରରେ ଦେବୀ ଦୁର୍ଗାଙ୍କର ପୂଜା ଚାଲିଥିବାବେଳେ ଶ୍ରୀମନ୍ଦିରରେ ଦୁର୍ଗା ମାଧବ ଏକତ୍ର ଉପାସନାର ପରମ୍ପରା ରହିଛି । ଶ୍ରୀମନ୍ଦିରରେ ଆଜିଠାରୁ ଶାକ୍ତ ଏବଂ ଶକ୍ତିଙ୍କର ଉପାସନା ସ୍ଵରୂପ ଦୁର୍ଗା ମାଧବଙ୍କୁ ପୂଜାର୍ଚ୍ଚନା କରାଯାଇଛି । ଶାରଦୀୟ ପୂଜା ପାଇଁ ଶ୍ରୀମନ୍ଦିରରେ ମାଆ ବିମଳାଙ୍କ ପୀଠ ସହ ପୁରୀର ଅନ୍ୟାନ୍ୟ ପ୍ରତିଷ୍ଠିତ ଶକ୍ତିପୀଠ ପାଇଁ ଶ୍ରୀନଅରକୁ ବ୍ରାହ୍ମଣମାନଙ୍କୁ ଆମନ୍ତ୍ରଣ କରାଯାଇଛି । ଆଜିଠୁ ଶ୍ରୀକ୍ଷେତ୍ରରେ ସବୁ ଶକ୍ତିପୀଠ ମାନଙ୍କରେ ଚଣ୍ଡିପାଠ ଆରମ୍ଭ ହେବ l