ପୁରୀ(ମାନସ କୁମାର ଦାସ): ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା ହୋଇଛି । ବର୍ଷା ଯୋଗୁଁ ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କେବଳ ପୁରୀ ଜିଲ୍ଲା ନୁହେଁ ଭିଜୁଛି ସାରା ଓଡିଶା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତରରୁ ଦକ୍ଷିଣ ଏବଂ ଉପକୂଳରୁ ପଶ୍ଚିମ ସବୁଠି ବର୍ଷୁଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ଦିନ ସାରା ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି । ଏଥିପାଇଁ ଆଜି ପୁରୀ, ଖୋର୍ଦ୍ଧା, ଜଗସିଂହପୁର, କଟକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ଵରରେ ମଧ୍ୟ ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ । ସେପଟେ ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିରର ଉତ୍ତର ପାର୍ଶ୍ବରେ ୧ ଫୁଟର ପାଣି ଜମିରହିଛି । ଫଳରେ ପର୍ଯ୍ୟଟକମାନେ ନାହିଁ ନଥିବା ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି । ପରିସ୍ଥିତିକୁ ଦେଖି ପମ୍ପ ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି l