- ସଂଗଠନକୁ ମଜବୂତ କରିବା ପାଇଁ ପରାମର୍ଶ
- ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରନ୍ତୁ: ନବୀନ ପଟ୍ଟନାୟକ

ଅନୁସନ୍ଧାନ ଭାରତ(ବ୍ୟୁର): ଗତକାଲି ଅର୍ଥାତ ଗୁରବାର ଦିନ ଶଙ୍ଖ ଭବନ ଠାରେ ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା l ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାରର ୨୪ବର୍ଷ ଶାସନରେ ରାଜ୍ୟର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା l
କନ୍ଧମାଳ ଓ ଢେଙ୍କାନାଳର ବିକାଶ ପାଇଁ ବିଜେଡି ସରକାର ସମୟରେ ଅନେକ କାମ ହୋଇଛି l ଦରଦାମ ବୃଦ୍ଧି ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜେପି ସରକାରକୁ ଆସିବାର ଶହେଦିନ ବିତିଗଲାଣି l ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ଦରବୃଦ୍ଧି ଓ ବିକାଶ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ସେବା ଯୋଗାଇବାରେ ବିଫଳ ହୋଇଛନ୍ତି l ତେଣୁ ସାଧାରଣ ଲୋକଙ୍କ ସୁଖ ଦୁଃଖରେ ସାମିଲ ହେବା ସହ ସରକାରଙ୍କ ବିଫଳତା ବିଷୟରେ ଲୋକଙଙ୍କୁ ସଚେତନ କରିବାକୁ ସେ ପରାମର୍ଶ ଦେଇଥିଲେ l ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାରରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା l ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି l ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ l ବିଜେଡିର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଚକ୍ରପାଣି କଂହର, ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା, ପ୍ରଫୁଲ୍ଲ ମଲ୍ଲିକ, ନୃସିଂହ ସାହୁ, ସାଂସଦ ପ୍ରାର୍ଥୀ ମହେଶ ସାହୁ, ଅବିନାଶ ସାମଲ ପୂର୍ବତନ ବିଧାୟକ ସାଲୁଗା ପ୍ରଧାନ, ସୁଧୀର ସାମଲଙ୍କ ସମେତ ଦୁଇ ଜିଲ୍ଲାର ବରିଷ୍ଠ ନେତୃ ମଣ୍ଡଳୀ ଏବଂ ପଂଚାୟତ ପ୍ରତିନିଧିମାନେ ଉଦବୋଧନ ଦେଇ ବିଜେଡିକୁ ଶକ୍ତିଶାଳୀ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇ କାମ କରିବେ ବୋଲି ଘୋଷଣା କରଥିଲେ l