ଟାଗୋର ମେମୋରିଆଲ ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନୁଷ୍ଠିତ……

ପାରଳାଖେମୁଣ୍ଡି(ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଉପଲଡା ସ୍ଥିତ ଟାଗୋର ମେମୋରିଆଲ ଉଚ୍ଚ ବିଦ୍ୟାଳୟରେ ଆଜି ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ପାରଳାଖେମୁଣ୍ଡି ବିଧାୟକ ଇଞ୍ଜିନିୟର ଶ୍ରୀ ରୁପେଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉସ୍ଚାହ କରିବା ସହ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ଏବଂ ପୁରସ୍କାର ବିତରଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗାବାରା ତିରୁପତି ରାଓ, ଗୋଷାଣୀ ବ୍ଲକ ଅଧ୍ୟକ୍ଷ ଏନ୍ ବୀର ରାଜୁ, ଜିଲ୍ଲା ପରିଷଦ ସଭ୍ୟ ଏସ ବାଲାରାଜୁ, ବରିଷ୍ଠ ବିଜେଡି ନେତା ଏସ୍ ଗଜପତି ରାଓ , ଗୋଷାଣୀ ବ୍ଲକ ଶିକ୍ଷା ଅଧିକାରୀ, ଟାଗୋର ମେମୋରିଆଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଉପସ୍ଥିତ ଥିଲେ । ପାରଳାଖେମୁଣ୍ଡି ବିଧାୟକ ଇଞ୍ଜିନିୟର ଶ୍ରୀ ରୁପେଶ ପାଣିଗ୍ରାହୀ ଉପସ୍ଥିତ ଗୋଷାଣୀ ବ୍ଲକର ଛାତ୍ରଛାତ୍ରୀମାନଙ୍କୁ ନିଜର ପାଠ ପଢା ପ୍ରତି ଧ୍ୟାନ ଦେବା ସହିତ ଉତ୍ତମ ଚରିତ୍ର ଗଠନ, ବିଭିନ୍ନ ସାଧାରଣ ଜ୍ଞାନ ବୃଦ୍ଧି, ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେଇ ପରିଷ୍କାର ପରିଚ୍ଛନ୍ନ ରହିବା ତଥା ବ୍ୟାୟାମ ଉପରେ ମନଯୋଗୀ ହେବାକୁ ପରାମର୍ଶ ଦେଇଥିଲେ । ସବ, ଜୁନିଅର୍ ଓ ସିନିୟର୍ ବିଭାଗରେ କୁଇଜ୍ ପ୍ରତିଯୋଗୀତା ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା ।