ଭବାନୀପାଟଣା(ତୁଲମଣୀ ନାଗ): ନର୍ଲା ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୪ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା l ସେଥି ମଧ୍ୟରୁ ବ୍ୟକ୍ତିଗତ ୩୦ ଗୋଟି ରହିଥିବା ବେଳେ ଦଳଗତ ୧୪ ଜଣଙ୍କର ରହିଥିଲା । ଶିବିରରେ ୭ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହିତ ତୁରନ୍ତ ସମସ୍ୟାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଶୁଣାଣୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢିଙ୍କ ସମେତ ସି.ଡି.ଏମ.ଓ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ଅଧ୍ୟକ୍ଷ, ବି.ଡି.ଓ., ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।