ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ଟାଙ୍ଗରପାଲି ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୦୮ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ୭୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ୪୭ ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେଥି ମଧ୍ୟରୁ ୩୨ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା ଏବଂ ୨ ଗୋଟି ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ଶ୍ରୀ ପ୍ରଦୀପ ମୀରାସେ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।