ନୂଆଗଡ(ମିହିର ପ୍ରସାଦ ମାଳୀ): ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଆତରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଡ଼.ଗୁଣନିଧି ନାୟକ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଆତରସିଂ ଗ୍ରାମ ପଞ୍ଚାୟତ ସମେତ ତବାରଡ଼ା, ପୁତୁରୁପଡା ଓ ଟାଙ୍ଗିଲି ପଞ୍ଚାୟତର ସମୁଦାୟ ମୋଟ- ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୨ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୪୦ ଗୋଟି ଆସିଥିଲା ଓ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ବାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିବା ଜଣାପଡିଛି । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ନୂଆଗଡ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନିହିମିୟା ରଇତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର, ତହସିଲଦାର ମୋନାଲିସା ଆଚାର୍ଯ୍ୟୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ, ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ, ସରପଞ୍ଚ ଜୀବନୀ ଗମାଙ୍ଗଙ୍କ ସମେତ ସମସ୍ତ ଓ୍ବାର୍ଡ ମେମ୍ବର ଓ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।