ଭଞ୍ଜନଗରରେ ୧୯୫ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ….

ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଶୁଣାଣି ଶିବିର ସୋମବାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଉପସ୍ଥିତ ରହି ସମୁଦାୟ ୧୯୫ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ଜିଲ୍ଲାପାଳ ତ୍ୱରିତ ଭାବେ ୮ଟି ଅଭିଯୋଗର ଫଇସଲା କରିଥିଲେ । ଏଥି ସହିତ ରେଡ଼କ୍ରସ ପାଣ୍ଠିରୁ ଦୁଇଜଣଙ୍କୁ  ୧୫ହଜାର ଟଙ୍କା ପ୍ରଦାନ କରାଯାଇଥିଲା ।  ଆବେଦନଗୁଡିକର ଶୁଣାଣି କରି ତୁରନ୍ତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।  ଏହି ଅଭିଯୋଗ ଶୁଣାଣି ସମୟରେ ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ଅତରିକ୍ତ ଉପଜିଲ୍ଲାପାଳ ବିଶ୍ଵରଂଜନ କର, ଏସ.ଡ଼ି.ପି.ଓ ସୁଜିତ କୁମାର ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଅମିତା ପଟ୍ଟନାୟକ, ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ବିଡିଓ ମନ୍ମଥ କୁମାର ନାୟକ, ତହସିଲଦାର ଉମାଶଙ୍କର ବେହେରା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଥାନାଧିକାରୀ କୁମାର ମୁଦୁଲି, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା  ଅଧିକାରୀ  ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା  ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀଙ୍କ ସମେତ ପ୍ରତ୍ୟେକ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।