ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ଲେଫ୍ରିପଡ଼ା ବ୍ଲକ ପରିସରରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଏବଂ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ ଏଥିରେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ ।
ଆଜି ମୋଟ ୬୩ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୩୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୩ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏଥି ମଧ୍ୟରୁ ୧୧ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ଆଜି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୬ ଗୋଟି ଏବଂ ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ୧ ଗୋଟି ଆବେଦନ ରହିଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣିରେ ଗୋଷ୍ଠି ଉନ୍ନୟନ ଅଧିକାରୀ ଶ୍ରୀମତୀ ଅତସି ପରିଡ଼ା, ତହସିଲଦାର ଶ୍ରୀମତୀ ପ୍ରତିମା ପିଙ୍ଗ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।