-ଭୟ କରନ୍ତୁ ନାହିଁ
-ସଜାଗ ରୁହନ୍ତୁ
-ଜୀବନ ଅମୂଲ୍ୟ
-ପ୍ରଶାସନକୁ ପୁରା ସହଯୋଗ କରନ୍ତୁ ଅନୁସନ୍ଧାନ ଭାରତ(ବ୍ୟୁର): ବାତ୍ୟା ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ କହିଛନ୍ତି ଯେ

ବାତ୍ୟା ଆସୁଥିବା ଖବର ପାଇ ଆମେ ସମସ୍ତେ ଚିନ୍ତିତ l ପୂର୍ବରୁ ଆମେ ସମସ୍ତେ ମିଶି ସଫଳତା ସହ ଅନେକ ବାତ୍ୟାର ମୁକାବିଲା କରିଛେ l ଆମର ଏକ ବହୁତ effective disaster management policy ଅଛି l
ତେଣୁ ଆପଣମାନଙ୍କୁ ମୋର ଅନୁରୋଧ ବାତ୍ୟା ପାଇଁ ଆପଣ ମାନେ ଭୟଭୀତ ହୁଅନ୍ତୁ ନାହିଁ l ସଜାଗ ରୁହନ୍ତୁ ଜୀବନ ଅମୁଲ୍ୟ, ନିରାପଦ ରୁହନ୍ତୁ, ବାତ୍ୟା ମୁକାବିଲାରେ ପ୍ରଶାସନକୁ ପୁରା ସହଯୋଗ ଦିଅନ୍ତୁ l ସବୁ ନିର୍ବାଚିତ ପ୍ରତିନିଧିମାନଙ୍କୁ ମୋର ଅନୁରୋଧ ଆପଣମାନେ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ l ଲୋକଙ୍କୁ ସାହାଯ୍ୟ କରନ୍ତୁ ମୋର ଦୃଢ଼ ବିଶ୍ୱାସ ଆମେ ସମସ୍ତେ ଏକାଠି ପୂର୍ବ ପରି ବାତ୍ୟା ଦାନାର ସଫଳ ମୁକାବିଲା କରିପାରିବା ବୋଲି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଜନସାଧାରଣଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ l