ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ……

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭତ୍ରୀଆ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତ ଅଧିକାରୀ, କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଛନ୍ତି । ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଆଭାସି ମାଧ୍ୟମରେ ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ଅଧିକାରୀମାନେ  ମଧ୍ୟ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ,  ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ କୋଇଡା ବ୍ଲକ ଠାରେ ଏବଂ ଜିଲ୍ଲା କାର୍ଯ୍ୟାଳୟର ଓସ୍ୱାନ ହଲ ଠାରେ ସୁନ୍ଦରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ମାଝୀ, ସୁନ୍ଦରଗଡ଼ ଭିଜିଲାନ୍ସ ୟୁନିଟର ଡି.ଏସ.ପି .ଶ୍ରୀ ଦୈତାରି ଘଡେ଼ଇ ଏବଂ ଅନ୍ୟାନ୍ୟ ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ ଏବଂ ଭିଜିଲାନ୍ସ ବିଭାଗର ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ଯୋଗ ଦେଇ ଦୁର୍ନୀତିର ମୂଳୋତ୍ପାଟନ ନିମନ୍ତେ ଶପଥ ପାଠ କରିଥିଲେ । ସେହିପରି ସମସ୍ତ ବ୍ଲକ ଏବଂ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ମାନଙ୍କରେ ଏହି ଶପଥ ପାଠ କରାଯାଇଥିଲା ।