ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ଆଜି ହେଉଛି ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ । ତାଙ୍କ ଜନ୍ମ ବାର୍ଷିକୀକୁ “ରାଷ୍ଟ୍ରୀୟ ଏକତା ଦିବସ” ଭାବେ ଦେଶର କୋଣ ଅନୁକୋଣରେ ପାଳନ କରାଯାଇଥାଏ । ଏହି ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଆଜି ସଦଭାବନା ଭବନ ଠାରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଯୋଗ ଦେଇ ଜିଲ୍ଲା ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ ମାନଙ୍କୁ ରାଷ୍ଟ୍ରୀୟ ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବାକୁ ଶପଥ ପାଠ କରାଇଥିଲେ । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କିଷ୍ଣା କୁମାରୀ ନନ୍ଦ ତଥା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ ।