ବୁଲା ଗୃହ ପାଳିତ ପଶୁଙ୍କ ପାଇଁ ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଅନୁସନ୍ଧାନ ଭାରତ(ବ୍ୟୁର): କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ତାଲାବନ୍ଦ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।