ହେମଗିର ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ….

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ଆଜି ହେମଗିର ବ୍ଲକ ପରିସର ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ ଉପସ୍ଥିତ ରହି ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୧୨୦ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୫୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୬୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୭ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେଥିମଧ୍ୟରୁ ୫ ଗୋଟି ଆବେଦନ ରହିଥିଲେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ,  ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।