ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ….

ମୋହନା (ମିହିର ପ୍ରସାଦ ମାଳୀ): ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ବାଡେଗୁଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡାଙ୍କ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ, ବାଡେଗୁଡ଼ ଗ୍ରାମ ପଞ୍ଚାୟତ ସମେତ ଚାନ୍ଦୀପୁଟ, ଲୁହାଗୁଡି ଓ ଶିକୁଳିପଦର ପଞ୍ଚାୟତର ସମୁଦାୟ ମୋଟ-୧୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୦ ଗୋଟି,ଗ୍ରାମ୍ୟ ଭିତ୍ତିକ ସମସ୍ୟା- ୬୨ ଗୋଟି  ଆସିଥିଲା l ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ  କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ବାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ରାଜୀବ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ,ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ, ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ, ଓ୍ବାର୍ଡ ସଭ୍ୟ ସଭ୍ୟା, ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।