ଶିଶୁଦିବସ ଉପଲକ୍ଷେ ” ମୋ ହାଟ ” କାର୍ଯ୍ୟକ୍ରମ ଅନୁଷ୍ଠିତ….

ଅନୁସନ୍ଧାନ ଭାରତ(ବ୍ୟୁର): ପବିତ୍ର ଶିଶୁ ଦିବସ ଉପଲକ୍ଷେ ସ୍ଵାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଓ ଗୁରୁକୁଳ ଇଣ୍ଟର ନ୍ୟାସନାଲ ପବ୍ଲିକ ସ୍କୁଲ ଠାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା’ ମୋ ହାଟ “କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମକୁ ଉପଖଣ୍ଡ ପୁଲିସ ଅଧିକାରୀ ବିଜୟ କୁମାର ବିଶି ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ, ବ୍ଲକ ଶିକ୍ଷା ଅଧିକାରୀ ଦିବ୍ୟ ପ୍ରକାଶ ପ୍ରଧାନ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରଂଜନ କୁମାର ରାଉତରାୟ ପ୍ରମୁଖ ଯୋଗ ଦେଇଥିଲେ । ଶିକ୍ଷା କେନ୍ଦ୍ରର ସମ୍ପାଦକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ତାଧ୍ୱବାଧନ ଏହି କାର୍ଯ୍ୟକ୍ରମରେ ୩୫ ଜଣ ଛାତ୍ରଛାତ୍ରୀ ବିଭିନ୍ନ ବ୍ୟବସାୟୀ ଭିତ୍ତିକ ବିଭିନ୍ନ ଷ୍ଟଲ୍ କରିଥିଲେ । ଛାତ୍ରଛାତ୍ରୀମାନେ ସ୍ୱାବଲମ୍ବି ହେବା ସହ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିପରି ନିଜେ କିଛି ଶିକ୍ଷା ଅର୍ଜନ କରିପାରିବେ ସେ ଉପରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପଣ୍ଡିତ ଜବହାରଲାଲ ନେହୁରୁଙ୍କ ଫୋଟ ଚିତ୍ରରେ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ ଅତିଥି ଗଣ । ଏହି କାର୍ଯ୍ୟକ୍ରମ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ । ଶିକ୍ଷା କେନ୍ଦ୍ରର ସମସ୍ତ ଅଭିଭାବକ/ଅଭିଭାବକ।, ଗଣ ମାଧ୍ୟମ ପ୍ରତିନିଧି ଓ  ସ୍ଥାନୀୟ ଅଞ୍ଚଳର ଜନସାଧାରଣ ପ୍ରମୁଖ ଯୋଗ ଦେଇଥିଲେ ।