ଭଞ୍ଜନଗରରେ ୧୧୭ଟି ଅଭିଯୋଗ ଶୁଣାଣି ଅନୁଷ୍ଠିତ…..

ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଶୁଣାଣି ଶିବିର ସୋମବାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଅତିରିକ୍ତ ଉପଜିଲ୍ଲାପାଳ ବିଶ୍ଵରଞ୍ଜନ କର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜୀବ ଲୋଚନ ପଣ୍ଡା ଉପସ୍ଥିତ ରହି ୧୧୭ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ତ୍ୱରିତ ୧୮ଟି ଅଭିଯାଗର ଫଇସଲା ହୋଇଥିଲା । ସେଥି ମଧ୍ୟରୁ ୧୩ଜଣଙ୍କୁ ବିଧବା, ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା। ତହସିଲଦାର ଉମାଶଙ୍କର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଅମିତା ପଟ୍ଟନାୟକ, ବିଇଓ ଏସ. ଧନଞ୍ଜୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଥାନା ଅଧିକାରୀ କୁମାର ମୁଦୁଲି, ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।