କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୬୨ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୩୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨୦ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୩ ଗୋଟି ଆବେଦନ ରହିଥିଲା l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, କୁତ୍ରା ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର, ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।