ଦାରିଙ୍ଗବାଡି(ଆଶୋକ ସିଂ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନାରେ କାର୍ଯ୍ୟରତ କନଷ୍ଟେବଳ (ସି/୪୭୭)ଙ୍କ ମଙ୍ଗଳ ବାର ଦିନ ଅକାଳ ବିୟୋଗ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ସୋମବାର ରାତ୍ରୀରେ ଅଚାନକ ତାଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ପ୍ରଥମେ ବ୍ରାହ୍ମଣୀଗାଁ ମେଡ଼ିକାଲରେ ଭର୍ତ୍ତି କରିଥିଲେ l ପ୍ରାଥମିକ ଚିକିତ୍ସା କରିବା ପରେ ମଙ୍ଗଳବାର ଦିନ ଅଧିକ ଚିକିତ୍ସା ପାଇଁ ପରିବାର ଲୋକେ ତାଙ୍କୁ ଭଞ୍ଜନଗର ଉପ ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ l ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ତାଙ୍କ ଅକାଳ ମୃତ୍ୟୁରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଥିବା ବେଳେ ବ୍ରାହ୍ମଣୀଗାଁ ଥାନାରେ କାର୍ଯ୍ୟରତ ସମସ୍ତ ଥାନା କର୍ମଚାରୀମାନେ ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।