ସୁନ୍ଦରଗଡ(ଦେବେନ୍ଦ୍ର କୁମାର ଭିତ୍ରିଆ): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ବଡ଼ଗାଁ ବ୍ଲକ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ ଏବଂ ସମସ୍ତ ଅଭିଯୋଗ ଗୁଡ଼ିକ ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜି ମୋଟ ୯୭ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୫୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୪୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ସେହି ଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୨ ଗୋଟି ଆବେଦନ ରହିଥିଲା । ଏହି ସବୁ ଅଭିଯୋଗ ମଧ୍ୟରୁ ୧୯ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ଶ୍ରୀ ପ୍ରଦୀପ ମୀରାସେ,ବଡ଼ଗାଁ ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।