ଧରାକୋଟ(ସୁନୀଲ କୁମାର ଚୌଧୁରୀ): ଧରାକୋଟ ନେତାଜୀ କ୍ଲବ୍ ତରଫରୁ ଅଞ୍ଚଳର ବରିଷ୍ଠ ନାଗରିକ ନାଗରିକ ମାନଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ କ୍ଳବର ସଭାପତି ତଥା ସମାଜସେବୀ ସୁନିଲ କୁମାର ଚୌଧୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନ୍ତର୍ଯ୍ୟାମୀ ଦାସ ସଭାପତିତ୍ବ କରିଥିଲେ । ପ୍ରଥମେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା । ବରିଷ୍ଠ ସାମ୍ବାଦିକ ହୃଦାନନ୍ଦ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କ୍ଲବର ସମସ୍ତ ସଦସ୍ୟମାନଙ୍କ ଦ୍ଵାରା ଅଞ୍ଚଳର ବିଭିନ୍ନ ବିଭାଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଯୁବ ସମାଜସେବୀ ହିମାଂଶୁ ଶେଖର ସ୍ୱାଇଁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ନେତାଜୀ କ୍ଲବ ତରଫରୁ ଶାନ୍ତିଝରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।