ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଅଷ୍ଟମ ପାଳିରେ ଧରାକୋଟ ଅଂଚଳର ବିକାଶ ପାଇଁ ଅନୁରୋଧ କଲେ ସମାଜସେବୀ ସୁନୀଲ କୁମାର ଚୌଧୁରୀ…..
ଧରାକୋଟ(ସୁନୀଲ କୁମାର ଚୌଧୁରୀ): ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ଯେ, ହଇରାଣ ଓ ଖର୍ଚ୍ଚାନ୍ତ ହୋଇ ଏଠାକୁ ନ ଆସି ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରଥମେ ଅଭିଯୋଗ ଜଣାନ୍ତୁ l ସେଠାରେ ମଧ୍ୟ ସମାଧାନ ହେଉଛି । ଜଟିଳ ସମସ୍ୟା ହେଲେ ଜିଲ୍ଲାପାଳଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସନ୍ତୁ । ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି ଓ ତାଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବା ପାଇଁ ପଦକ୍ଷେପ ନେଉଛନ୍ତି l ଗତ ସାତଟି ପାଳିରେ ଗ୍ରହଣ କରାଯାଇଥିବା ଅଭିଯୋଗ ପତ୍ର ମଧ୍ୟରୁ ୮୧ ପ୍ରତିଶତ ମାମଲାର ସମାଧାନ ହୋଇଛି l ଅଭିଯୋଗ ପ୍ରକୋଷ୍ଠରୁ ତୁରନ୍ତ ସମାଧାନ ପାଇଁ ଆଦେଶ ଦେଇଛନ୍ତି ସରକାର l ଯାହା କି
1.ବୌଦ୍ଧର ପ୍ରତ୍ୟୁଷା ଗିରିଙ୍କ ଚିକିତ୍ସା ପାଇଁ CMRFରୁ ୫ ଲକ୍ଷ ଟଙ୍କା ପ୍ରଦାନ l
2.ଶାନ୍ତିଝର ପିକନିକ ସ୍ପଟ ର ଉର୍ନତି ଓ ପର୍ଯ୍ୟଟନ ବିଭାଗ କୁ ହସ୍ତାନ୍ତର କୁ ଗୁରୁତ୍ୱ ଦିଆଯିବ ବୋଲି ପ୍ରତିଶୃତି ଦେଲେ, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବନ ବିଭାଗ wildlife ସେକ୍ରେଟାରୀଙ୍କୁ ଓ ଓଡିଶା ପର୍ଯ୍ୟଟନ ବିଭାଗ directorଙ୍କ ସହ ଆଲୋଚନା କଲେ l ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଅଷ୍ଟମ ପାଳି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି । ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ।
3.ଆଜି ବୌଦ୍ଧ ଜିଲ୍ଲାର ହେରମ୍ବ ଗିରି ତାଙ୍କ ୭ ବର୍ଷର ଝିଅ ପ୍ରତ୍ୟୁଷା ଗିରିଙ୍କୁ ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ । ଝିଅଟି ଜେରୋଡର୍ମା ନାମକ ଏକ ଜଟିଳ ରୋଗରେ ପୀଡ଼ିତ । ଏହି ରୋଗର ଚିକିତ୍ସା ମଧ୍ୟ ବହୁ ବ୍ୟୟସାପେକ୍ଷ । ଗତ ଡିସେମ୍ୱର ୩୦ ତାରିଖରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଆସି ଦେଖା କରିଥିଲେ । ମୁଖ୍ୟମନ୍ତ୍ରୀ ପିଲାଟିର ଅବସ୍ଥା ଦେଖି ତାକୁ ତୁରନ୍ତ କ୍ୟାପିଟାଲ ହସପିଟାଲ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ କଟକ ବଡ଼ ମେଡିକାଲକୁ ପଠାଇ ତା’ର ଚିକିତ୍ସା ବ୍ୟବସ୍ଥା କରିଥିଲେ । ଏକମାସ ଚିକିତ୍ସା ହୋଇ ଫେରିବା ପରେ ସେ ଆଜି ପୁଣି ଥରେ ମୁଖ୍ୟମନ୍ତ୍ରୀଙ୍କୁ ଆସି ସହାୟତା ପାଇଁ ଦେଖା କଲେ । ମୁଖ୍ୟମନ୍ତ୍ରୀ ଗୋଟିଏ ପିଲାର କଷ୍ଟ ଓ ତା ବାପା ମା’ଙ୍କ ଅସହାୟତାକୁ ହୃଦୟଙ୍ଗମ କରି ଅଭିଯୋଗ ପ୍ରକୋଷ୍ଠରେ Single Window Systemରେ ଚିକିତ୍ସା ବାବଦକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫରୁ ପ୍ରଦାନ l
4.ସେହିପରି ଆଉ ଜଣେ ଥିଲେ ବଲାଙ୍ଗୀରର ରତନ କାଲଶେ । ତାଙ୍କ ୧୬ ବର୍ଷର ଭିନ୍ନକ୍ଷମ ପୁଅ ଆଲୋକ କାଲଶେକୁ ସାଙ୍ଗରେ ନେଇ ଆସିଥିଲେ । ପିଲାଟି ବସି ପାରୁନି କି ଚାଲିବୁଲି ପାରୁନି । ପିଲାର କଷ୍ଟ ଓ ତା ବାପା ମୁହଁର ଦୁଃଖ ଦେଖି ତାକୁ ତୁରନ୍ତ ସମାଧାନ କରିଥିଲେ l