ରାୟଗଡ଼(ଟିକି ଲିମା): ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ହାଇସ୍କୁଲ ପଡିଆ ଠାରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସିଧା ପ୍ରସାରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରାୟଗଡ଼ ବ୍ଲକ ତହସିଲଦାର, ଓ ବି ଡି ଓ ଦାଇତ୍ୱରେ ଥିବା ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟ କ୍ରମାରେ ଅଧ୍ୟକ୍ଷା ପୂର୍ଣବାସି ନାୟକ, ଜିଲ୍ଲାପରିଷଦ ସଦଶ୍ୟ ଓ ସମସ୍ତ ସରପଞ୍ଚ, ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ । ପଞ୍ଚାୟତ ପିଇଓଙ୍କୁ ଏହି ବିକଶିତ ଗାଁ ବିକଶିତ ଓଡ଼ିଶାର ମାର୍ଗଦର୍ଶିକା ଦିଆଯାଇସାରିଛି । ଫେବ୍ରୁଆରୀ ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ଜିଲ୍ଲାର ଉନ୍ନତି ନିମନ୍ତେ ମୌଳିକ ଭିତ୍ତଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ କରାଯିବ । ଏହାସହ ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଗ୍ରାମ୍ୟ ସଡ଼କ ସଂଯୋଗିକରଣ କରାଯିବ । କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ, ଶିକ୍ଷା ଓ କ୍ରୀଡ଼ା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକୀକରଣ କରାଯିବ । ସେହିପରି ନୂତନ ଅଭିନବ ଜନମଙ୍ଗଳ କାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକ୍ରମ କରାଯିବ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସମସ୍ତ ଜନପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀ , ବ୍ଲକର ସମସ୍ତ କର୍ମଚାରୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଉପସ୍ଥିତ ଥିଲେ ।