ରାୟଗଡ(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା, ଶ୍ରୀ ଶଙ୍କର କେରକେଟା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ମ୍ବାଳ ଗ୍ରାମ ପଞ୍ଚାୟତ ସମେତ ଆମେଡ଼ା, ଲୋବା ଓ ତଳମୁଣ୍ଡା ପଞ୍ଚାୟତର ସମୁଦାୟ ମୋଟ- ୧୪୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା-୮୮ ଓ ୨ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ବାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ, ଉପ- ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି, ଶ୍ରୀ ଅନୁପ ପଣ୍ଡା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି, ଶ୍ରୀ ଅଂଶୁମାନ ମହାପାତ୍ର, ସମ୍ମତ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁକାନ୍ତ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।