ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରାୟଗଡ଼( ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ କଇଁପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଆଜି ସକାଳ ନଅଟା ଠାରୁ ଗୋଟିଏ ପର୍ଯ୍ୟନ୍ତ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା  ଓ ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କଇଁପୁର ଗ୍ରାମ ପଞ୍ଚାୟତ ସମେତ ଲକ୍ଷ୍ମୀପୁର, ଜୀରାଙ୍ଗ ଓ ଏସ.କରଡ଼ାସିଂ ପଞ୍ଚାୟତର  ସମୁଦାୟ ମୋଟ- ୫୨ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୬ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୧୬ ଗୋଟି ଅଭିଯୋଗ ଆସିଥିଲା, ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ ।  ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା ।