ପାରଳାଖେମୁଣ୍ଡି(ପ୍ରବୀଣ କୁମାର ଲିମା): ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷ ରୋପଣର ଉପାଦେୟତା ଏବଂ ରକ୍ଷଣା ବେକ୍ଷଣା ସମ୍ପର୍କରରେ ଅବଗତ କରାଇଥିଲେ ସମ୍ମାନିତ ଅତିଥି ରୂପେ ବିନୋଦ ଚନ୍ଦ୍ର ଜେନା ଓ ବିଚିତ୍ରାନନ୍ଦ ଵେବର୍ତ୍ତା ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣର ଉପକାରିତା ବିଷୟରେ କହିଥିଲେ । ତତ୍ପରେ ଏକାଦଶ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଚାରା ବଣ୍ଟନ କରାଯାଇଥିଲା ଏବଂ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମୋନଜ କୁମାର ପଟନାୟକ ପରିଚାଳନା କରିଥିଲେ । ଶେଷରେ ଯୁବ ରେଡ଼କ୍ରସର ସଂଯାଜିକା କଳ୍ପନା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମଟିକୁ ଯୁବ ରେଡ଼କ୍ରସ, ଜାତୀୟ ସେବା ଯୋଜନା ଓ ସ୍ୱାମୀ ବିବେକାନନ୍ଦ ଲୋକ ସଂସଦ ଗଜପତିର ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସମସ୍ତ ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀ ପରିଚାଳନାରେ ସହଯୋଗ କରିଥିଲେ l