ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

ପାରଳାଖେମଣ୍ଡି(ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ  ଶ୍ରୀଯୁକ୍ତ ଫାଲଗୁନି ମାଝୀ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା  ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୁଦୁରା ଗ୍ରାମ ପଞ୍ଚାୟତ ସମେତ ଖାଣ୍ଡଭା ଓ ଗୋରିବନ୍ଧ   ପଞ୍ଚାୟତର  ସମୁଦାୟ ମୋଟ-୫୧ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୮ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୨୩ ଗୋଟି ଅଭିଯୋଗ ଆସିଥିଲା, ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ  ନିର୍ଦ୍ଧେଶ ଦେଇଛନ୍ତି ।  ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । ଉକ୍ତ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର  ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡ଼ମ୍ବୁରୁଧର ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ  ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।