ଖାରିଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

ମୋହନା (ମିହିର ପ୍ରସାଦ ମାଳୀ): ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଖାରିଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ମଧୁମିତା, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଖାରିଗୁଡା ଗ୍ରାମ ପଞ୍ଚାୟତ ସମେତ ରାଇପାଙ୍କା, ମାଣ୍ଡିମେରା ଓ ବିରିକୋଟ ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ-୧୪୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୩୨ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା-୧୧୬ ଗୋଟି ଅଭିଯୋଗ ଆସିଥିଲା l ଏଥିମଧ୍ୟରୁ ରେଡକ୍ରସ୍ ପାଣ୍ଠିରୁ ଦୁଇ ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ବାସ୍ଥ୍ୟ ଓ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଶବର, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ, ତହସିଲଦାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ  ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।