ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…..

ରାୟଗଡ(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ କୁମୂଳାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ମନୀନ୍ଦ୍ର ହନେନାଗା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନୀଲ କାନ୍ତ ମହାନ୍ତି, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ବୀରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କୁମୂଳାସିଂ ଗ୍ରାମ ପଞ୍ଚାୟତ ସମେତ ରାୟଗଡ, ସାନତୁଣ୍ଡି ଓ ମାର୍ଲବା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୮୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୩୭ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା ୫୧ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ବିଭାଗ ତରଫରୁ ୫ ଜଣଙ୍କୁ ପେନସନ୍ କାର୍ଡ ବଣ୍ଟନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣବାସି ନାୟକ, ରାୟଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ବାରିକ୍, ତହସିଲଦାର ସୁକାନ୍ତ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ । ପ୍ରକାଶ ଥାଉକି କୁମୂଳାସିଂ ଗ୍ରାମ ଏକ ଛୋଟ ଗ୍ରାମ ସେଠାରେ କୌଣସି ହୋଟେଲ ବାଡି ନ ଥିବା ବେଳେ ଉକ୍ତ ଅଭିଯୋଗ ଶୁଣାଣିରେ ଅଭିଯୋଗ କରିବାକୁ ଯାଇଥିବା ଲୋକଙ୍କ ସକାଶେ ଖାଇବା ପାଇଁ ବ୍ୟବସ୍ଥା କରାନ ଯାଇଥିବାରୁ ଲୋକେ ଭୋକ ଉପାସରେ ଫେରିଥିବା ଦେଖିବାକୁ ମିଳିଛି । ଏହାରି ଉପରେ ରାୟଗଡ଼ ବିଡ଼ିଓଙ୍କୁ ଯୋଗାଯୋଗ କରିବାରୁ ସେ କଲ ସିରିଭ କରି ନ ଥିଲେ । ଏହି ପରି ଅବ୍ୟବସ୍ଥାକୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି ।