ସ୍ଵାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଓ ଗୁରୁକୁଳ ଇଣ୍ଟର ନ୍ୟାସନାଲ ପବ୍ଲିକ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ…
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ସ୍ଥିତ ସ୍ଵାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଓ ଗୁରୁକୁଳ ଇଣ୍ଟର ନ୍ୟାସନାଲ ପବ୍ଲିକ ସ୍କୁଲ ଠାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଅଛି । ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ଦିହୁଡ଼ି ଧରି ଆସିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବନ ପ୍ରଶିକ୍ଷଣ କେନ୍ଦ୍ରର ଡିସିଏଫ୍ ଆଶିଷ କୁମାର ବେହେରା ଯୋଗ ଦେଇଥିବା ବେଳେ ବକ୍ତା ଭାବେ ଘୁ.ଉଦୟଗିରି ଆଦର୍ଶ ଥାନାର ପୁଲିସ ଅଧିକାରୀ ରୂପକ ଦଳବେହେରା, ଅନୁଷ୍ଠାନର ସଭାପତି ପତିତ ପାବନ ସାହୁ, ରାଜୀବ କହଁର ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ସମ୍ପାଦକ ଅରୁଣ କୁମାର ଷଡଙ୍ଗୀ ସଭାପତିତ୍ବ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ସମସ୍ତ କର୍ମଚାରି ସହଯୋଗ ଦେଇଥିଲେ ।