ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମିଳନୀ କକ୍ଷ ଠାରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେରକେଟା, ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଓ ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ ଉପସ୍ଥିତ ରହି ମୋଟ ୯୭ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେଥି ମଧ୍ୟରୁ ୧୪ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୬ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୪୭,୫୦୦ ଟଙ୍କା ଯୋଗାଇ ଦିଆଯାଇଥିଲା । ସ୍ଥାନୀୟ ଜନସାଧାରଣ ଶିକ୍ଷା, କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଅବଗତ କରିଥିଲେ । ଶିବିରରେ ସମସ୍ତ ଜିଲ୍ଲା ଓ ଉପଖଣ୍ଡର ସମସ୍ତ ଅଧିକାରୀ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।