ଦାରିଙ୍ଗବାଡି(ଆଶୋକ ସିଂ): ଦାରିଙ୍ଗବାଡ଼ି ବ୍ଲକ ଦଣ୍ଡିମାହା ନିକଟ ଶୁର୍ଷାମାହାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୋଟିଏ ଅଜଣା ବୋଲେରୋ ପିକଆପ ସହ ମଟର ସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ମଟର ସାଇକେଲ ଆରୋହୀ ଗୁରୁତର ଆହତ ହୋଇ ରାସ୍ତାରେ ପଡ଼ିଥିଲେ । ଗାଁଲୋକ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଯୋଗେ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଥିଲେ ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ବ୍ୟକ୍ତି ଜଣକ ଉକ୍ତ ବ୍ଲକ ତିଲୋରି ଗ୍ରାମର ଦୟା ନାୟକଙ୍କ ପୁଅ ନାନୁ ନାୟକ (୨୨) ବୋଲି ଜଣା ପଡ଼ିଛି ।