ହିଞ୍ଜିଳିକାଟୁ(ସଂସ୍କାର ପଟ୍ଟନାୟକ): ଶେରଗଡ଼ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକକୁ ମରଣାତ୍ମକ ଆକ୍ରମଣ l ବ୍ଲକ ପରିସରରେ ଥିବା ବ୍ଲକ ଅଧକ୍ଷଙ୍କ ପ୍ରକୋଷ୍ଠରେ କୃଷ୍ଣ ନାୟକ ବସିଥିବା ସମୟରେ ଭିତରେ ପଶି ୧୦ରୁ ଉର୍ଦ୍ଧ୍ବ ଯୁବକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ । ତାଙ୍କ ମୁଣ୍ଡ ରେ ଗଭିର ଆଘାତ ଲାଗିଥିବା ବେଳେ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଶେରଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ଏମ.କେ.ସି.ଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l ଘଟଣା ସ୍ଥଳରେ ଶେରଗଡ଼ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।