ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର ଜଳସେଚନ ବିଭାଗ ଦ୍ବାରା ପରିଚାଳିତ ରାଜ୍ୟର ଏକ ମାତ୍ର ସରକାରୀ ୱାଟରପାର୍କ ପୁଣି ଗୁରୁବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି । ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ସଂଲଗ୍ନରେ ନିର୍ମିତ ଏହି ପାର୍କ ମଙ୍ଗଳବାରରୁ ରବିବାର ପର୍ଯ୍ୟନ୍ତ ପ୍ରତିଦିନ ସକାଳ ୧୦ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଖୋଲା ରହିବ । ପ୍ରତି ସୋମବାର ଏହା ବନ୍ଦ ରହିବ । ଦୈନିକ ୨୦୦ରୁ ୩୦୦ ଲୋକଙ୍କୁ ଜଳକ୍ରୀଡ଼ା ନିମନ୍ତେ ଛଡ଼ାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ପ୍ରତି ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଶୁଳ୍କ ମୁଣ୍ଡପିଛା ୨୦୦ ଟଙ୍କା ରଖାଯାଇଛି । ଜଣେ ୫ ଘଣ୍ଟା ପାର୍କ ଭିତରେ ମଜା ଉଠାଇପାରିବେ । ଏହାପରେ ପର୍ଯ୍ୟଟକମାନେ ଚାହିଁଲେ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ବୁଲିପାରିବେ । ୱାଟରପାର୍କ ଖୋଲିବା ବେଳେ ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଇଂ.ସଞ୍ଜୟ କୁମାର ପ୍ରଧାନ, ନିର୍ବାହୀଯନ୍ତ୍ରୀ ଇଂ.ସନ୍ତୋଷ କୁମାର ପାତ୍ର ଓ ସହକାରୀଯନ୍ତ୍ରୀ ପ୍ରହଲ୍ଲାଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।