ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

ରା.ଉଦୟଗିରି(ମିହିର ପ୍ରସାଦ ମାଳୀ): ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଖଣ୍ଡ ପୁଲିସ ଅଧିକାରୀ ଶ୍ରୀ ରାକେଶ କୁମାର ସାହୁ, ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଆର.ଉଦୟଗିରି ପଞ୍ଚାୟତ ସମିତିର ସମୁଦାୟ ମୋଟ- ୨୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୧୫ଗୋଟି ଅଭିଯୋଗ ଆସିଥିଲା l ସେଥିମଧ୍ୟରୁ ଜଣକୁ ରେଡ୍ କ୍ରସ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି । ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି ଓ ଜାତୀୟ ପରିବାର ମଙ୍ଗଳ ଯୋଜନରୁ ତିନି ଜଣଙ୍କୁ ୨୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ରାସ୍ତା ଓ ସ୍ବାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟାର ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ ରା.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମନ୍ ଖର୍ସେଲ, ତହସିଲଦାର ଶ୍ରୀ ଜ୍ୟୋତିଃ ମୟ ଦାଶ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।