ରାୟଗଡ଼(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ନାରାୟଣପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଉତ୍ସାହର ସହ ଅନୁଷ୍ଠିତ ହୋଇଛି । ଏହି ମେଳାରେ ୬୧ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା ବେଳେ ୬୧ ଜଣ ଛାତ୍ରଛାତ୍ରୀ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ ।
ଦୁଇଟି ବିଦ୍ୟାଳୟର ତିନି ଜଣ ଅଭିଜ୍ଞ ବିଜ୍ଞାନ ଶିକ୍ଷକ-ଶିକ୍ଷୟିତ୍ରୀ ପ୍ରକଳ୍ପଗୁଡ଼ିକର ମୂଲ୍ୟାୟନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଚୂଡ଼ାମଣି ରାଉତଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରଫୁଲ୍ଲ କୁମାର ମହାନ୍ତି ଉଦ୍ଘାଟନ କରିଥିବା ବେଳେ ଚିତ୍ତରଞ୍ଜନ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମର ସଫଳ ଆୟୋଜନରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମାମାନେ ସହଯୋଗ କରିଥିଲେ ।