ଗାଇବା ଉଚ୍ଚ ବିଦ୍ୟାଳୟରେ ଜୋନସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ….

ପାରଳାଖେମୁଣ୍ଡି(ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜୋନସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨୦୨୬-୨୭ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଜୋନ ଅଧୀନ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହର ସହିତ ଭାଗ ନେଇଥିଲେ । କ୍ରୀଡ଼ା ସହିତ ନୃତ୍ୟ ଓ ସଙ୍ଗୀତରେ ମଧ୍ୟ ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ଏଭଳି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ମାନସିକ ଓ ଶାରୀରିକ ବିକାଶ ସହିତ ଆତ୍ମବିଶ୍ୱାସ ବୃଦ୍ଧିରେ ସହାୟକ ହୋଇଥାଏ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ଗାଇବା ସରପଞ୍ଚ ତିଷ୍ଣ ଭୂୟାଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମାର୍ଗେରିତା ରଇତ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ପିଇଟି ଲକୁନ ମାଳି ଏବଂ କବିରାଜ ବର୍ଦ୍ଧନଙ୍କ ସହଯୋଗରେ କ୍ରୀଡ଼ା ପ୍ରତିଯୋଗିତା ସଫଳତାର ସହିତ ସମ୍ପନ୍ନ ହୋଇଥିଲା ।