ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ଏକୀକୃତ ପେନସନ୍ ପରିଚାଳନା ପୋର୍ଟାଲର ଶୁଭାରମ୍ଭ ସହ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ମଧୁବାବୁ ପେନସନ୍ ଯୋଜନାରେ ଭଞ୍ଜନଗର ବ୍ଲକର ୧୭୧୮ ଜଣ ନୂତନ ହିତାଧିକାରୀ ଏହି ସୁବିଧା ପାଇଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗଦେଇ ବିଭିନ୍ନ ପଞ୍ଚାୟତରୁ ଆସିଥିବା ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ । ଏହାଦ୍ୱାରା ବୃଦ୍ଧବୃଦ୍ଧା, ଦିବ୍ୟାଙ୍ଗ, ବିଧବା ମହିଳାଙ୍କ ସମେତ ଅସହାୟ ବର୍ଗର ଲୋକେ ଉପକୃତ ହେବେ । ଯୋଗ୍ୟ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଯୋଜନାର ସୁଫଳ ପହଞ୍ଚାଇବା ସରକାରଙ୍କ ପ୍ରମୁଖ ଲକ୍ଷ୍ୟ ବୋଲି ବିଧାୟକ କହିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିସ୍ପା ପଟ୍ଟନାୟକ, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ସାଂସଦ ପ୍ରତିନିଧି ଶିବଶଙ୍କର ପ୍ରଧାନ, ଧୋବା ଗୌଡ଼ଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତ ଥିଲେ ।