ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଦଣ୍ଡପଦର ଠାରେ ୨ ବାଇକ୍ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଆହତ ହୋଇଛନ୍ତି I ଆହତ ହୋଇଥିବା ବ୍ୟକ୍ତିଙ୍କ ଘର ତୁମୁଡ଼ିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ବେଡ଼କା ମଲିକ ବୟସ ୩୮ ବର୍ଷ I
ଘଟଣା ସ୍ଥଳରେ ବାଲିଗୁଡ଼ା ପୁଲିସ ଓ ଅଗ୍ନିଶମ ବାହୀନି ପହଞ୍ଚି ଆହତ ହୋଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲା I ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିବା ଜଣା ପଡ଼ିଛି I