ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ, ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ଅନୁସନ୍ଧାନ ଭାରତ(ବ୍ୟୁର): ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ I ଏନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି I ସମସ୍ତ ପ୍ରସ୍ତୁତି ଶେଷ କରିବା ପରେ ଗୃହ ଓ ନଗର ଉନ୍ନୟନ ବିଭାଗ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ଆହ୍ଵାନ କରିଛି I ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ନିର୍ବାଚନ ହେବ I ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ନିର୍ବାଚନ ହେବ I ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଅବଗତ କରାଯାଇଛି।