ଅନୁସନ୍ଧାନ ଭାରତ(ବ୍ୟୁର): ଯୁଦ୍ଧ ତଥା ଉଗ୍ର ବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟନାୟକ ନିର୍ଦେଶ ଦେଇଛନ୍ତି I
ସୂଚନା ଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀ ରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସର ମାନଙ୍କ ପରିବାର ର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି I ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ ଓ ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା I